ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬ଟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିବାକୁ ରହିଛି। ସେଥିମଧ୍ୟରେ ନିର୍ମାଣ ବିଭାଗର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବାବେଳେ ସ୍ବାସ୍ଥ୍ୟ, ଜଳସମ୍ପଦ, ରାଜସ୍ବ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ଲକ୍ଷ୍ୟ ରହିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ରୋଡ୍ମ୍ୟାପ୍ ପ୍ରସ୍ତୁତ ହୋଇଛି।





