କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା; ଭଦ୍ରକ ନଳାଙ୍ଗରୁ ଧରାପଡ଼ିଲା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଭଦ୍ରକ ନଳାଙ୍ଗରୁ ଧରାପଡ଼ିଲା ମାନସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ । କେବଳ ଶର୍ମିଷ୍ଠା ନୁହେଁ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଉଭୟଙ୍କୁ ଆଜି ଚାନ୍ଦବାଲି ଔଗୠଉ କୋର୍ଟରେ ହାଜର କରାଯିବ । ଉଭୟଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ ହେବ । ଅନ୍ୟ ୫ ଅଭିଯୁକ୍ତଙ୍କ ସହ ୧୦ ଦିନ ରିମାଣ୍ଡ ପାଇଁ ଆବେଦନ ହେବ । ସେପଟେ ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍ବ୍ରାଞ୍ଚ ପାଖରେ । ହତ୍ୟା ମାମଲାର ଟିକିନିଖି ଯାଞ୍ଚ କରୁଛି କ୍ରାଇମ୍ବ୍ରାଞ୍ଚ । ଏହିକ୍ରମରେ ରବିବାର ଦିନ୍ କ୍ରାଇମ୍ବ୍ରାଞ୍ଚ ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା ।

କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର‌୍ୟ୍ୟନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ବର୍ତ୍ତମାନ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡର ପଦା ଉଠିବ ବୋଲି ଅନୁମାନ କରାଯାଉଛି ।

Related Posts