କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା; ଦୟାଲ ଆଶ୍ରମକୁ ସିଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): କ୍ୟାମେରାମ୍ୟାନେ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ତେବେ ଦୟାଲ ଆଶ୍ରମକୁ ସିଲ କରିଛି କ୍ରାଇମବ୍ରାଞ୍ଚ । ଏହାସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ସେପଟେ ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍ବ୍ରାଞ୍ଚ ପାଖରେ । କ୍ରାଇମ୍ବ୍ରାଞ୍ଚ ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର‌୍ୟ୍ୟନ୍ତ ନେଇଥିଲେ ହତ୍ୟାକାରୀ ।

ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର‌୍ୟ୍ୟନ୍ତ କେମିତି ନେଇଥିଲେ ଶର୍ମିଷ୍ଠା ଏବଂ କୋ । ସେଠାରୁ କେଉଁ ରାସ୍ତା ଦେଇ ରଣପୁର ଜଙ୍ଗଲ ନେଇଥିଲେ ଏବଂ ପୋତିଥିଲେ ତାର ମଧ୍ୟ ଥ୍ରିଡି ଫୋରେନସିକ୍ ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ । ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଅନୁମାନ କରାଯାଉଛି । ଏହାପରେ ତୁରନ୍ତ ପଦକ୍ଷେପ ନେଇ କ୍ରାଇମ୍ବ୍ରାଞ୍ଚ ଉକ୍ତ ଦୟାଲ ଆଶ୍ରମକୁ ସିଲ୍ କରିଛି । ଅନ୍ୟପଟେ ଶର୍ମିଷ୍ଠାକୁ ଖୋଜିବାକୁ ରାଜ୍ୟ ବାହାରେ ଡେରା ପକାଇଛି ପୋଲିସ ଟିମ୍ । କେବଳ ଶର୍ମିଷ୍ଠା ନୁହଁନ୍ତି ଝୁନା ଭୋଇର ମଧ୍ୟ ପତ୍ତା ପାଉନି ପୋଲିସ ।

Related Posts