UPI ଚାର୍ଜ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟଙ୍କ ମନା
ୟୁପିଆଇ କାରବାର ଉପରେ ଶୁଳ୍କ ଲଗାଯିବା ନିଷ୍ପତ୍ତି ଉପରେ ତୁରନ୍ତ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR ଲାଗୁ କରିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର, ଭାରତୀୟ ରିଜର୍ଭ ବ୍ୟାଙ୍କ ଏବଂ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆକୁ ନୋଟିସ ଜାରି କରିଛନ୍ତି ।
