କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ୍: ସୂଚନା ଦେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବହୁ ପ୍ରତୀକ୍ଷିତ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସାମୟିକ ଭାବେ ବାତିଲ ହୋଇଛି। ଆସନ୍ତା ୩ ତାରିଖ ଦିନ ସେ ପଶ୍ଚିମ ଓଡ଼ିଶା ଗସ୍ତରେ ଆସି ବରଗଡ଼ ଓ ସମ୍ବଲପୁରରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଥିଲା।
