ରାଜ୍ୟସଭା କ୍ରସ୍ ଭୋଟିଂ ଘଟଣାରେ ବାଚସ୍ପତିଙ୍କ ନିଷ୍ପତ୍ତି ବିଜେଡି ଓ କଂଗ୍ରେସର ଅଯୋଗ୍ୟତା ଆବେଦନ ଖାରଜ
ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣାରେ କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ ବିରୋଧରେ କ୍ରସ୍ ଭୋଟିଂ ଅଭିଯୋଗ ଆଣିଥିଲା। ସେହିପରି କଂଗ୍ରେସ ମଧ୍ୟ ୩ ବିଧାୟକଙ୍କ ବିରୋଧରେ ଅଭିଯୋଗ ଆଣିଥିଲା।
