ମୋଦୀଙ୍କ ଲକ୍ଷ୍ୟ ବିକଶିତ ଓଡ଼ିଶା ଗଠନ: ମୁଖ୍ୟମନ୍ତ୍ରୀ
ବିଜେପି ସରକାରର ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାଗତ ଅଭିଭାଷଣ ରଖିଛନ୍ତି। ଗୋଟିଏ ମଞ୍ଚରେ ଉଭୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିବା ବେଳେ ଜନ୍ମଦିନ ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୧୪ ପରଠୁ ପ୍ରଧାନମନ୍ତ୍ରୀ ଯେଉଁ ଯୋଜନା ଆଣିଛନ୍ତି, ସଫଳତା ମିଳିଚାଲିଛି।
