ଗାଁରେ ମିଳିବ ସହରୀ ସୁବିଧା ପଞ୍ଚାୟତ ବିକାଶ ପାଇଁ ରୋଡ୍ମ୍ୟାପ୍ ପ୍ରସ୍ତୁତ
ପଞ୍ଚାୟତସ୍ତରରେ ବିକାଶକୁ ତ୍ବରାନ୍ବିତ କରିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି। ଗ୍ରାମାଞ୍ଚଳର ଯୁବପିଢ଼ିଙ୍କ ସୁବିଧା ପାଇଁ ଅନେକ ବ୍ୟବସ୍ଥା ହାତକୁ ନିଆଯାଉଛି। ଏଣିକି ଗାଁ ଗାଁରେ ସହରୀ ସୁବିଧା ଯୋଗାଇ ଦିଆଯିବ। ପଞ୍ଚାୟତକୁ ଅଧିକ ସୁବିଧାସମ୍ପନ୍ନ ଓ ଆକର୍ଷଣୀୟ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି ପଞ୍ଚାୟତିରାଜ ବିଭାଗ । ‘ଗ୍ରାମ ସମ୍ପଦ କାର୍ଯ୍ୟକ୍ରମ’ ଜରିଆରେ ପଞ୍ଚାୟତସ୍ତରରେ ଆଦର୍ଶ ଖେଳ ପଡ଼ିଆ, କଲ୍ୟାଣ ମଣ୍ଡପ, ଗ୍ରାମୀଣ ହାଟ, ପୋଖରୀ, ପାର୍କ, ପାଠାଗାର ଓ ଶ୍ମଶାନ ଭଳି ବିଭିନ୍ନ ଭିତ୍ତିଭୂମି ବିକଶିତ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ରବି ନାରାୟଣ ନାୟକ।
