ରେସ୍ତୋରାଁରେ ଗ୍ୟାସ୍ ଟାଙ୍କି ଫାଟି ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର ସହର ଡିଆଇସି ଛକ ନିକଟସ୍ଥ ଶାନ୍ତି ରେସ୍ତୋରାଁରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ପ୍ରାୟ ସାଢ଼େ ୧୦ଟା ସମୟରେ ରେସ୍ତୋରାଁରେ ଥିବା ଗ୍ୟାସ୍ ଟାଙ୍କି ଫାଟିଯିବା ପରେ ହଠାତ୍ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଦେଖୁ ଦେଖୁ ନିଆଁ ରେସ୍ତୋରାଁର ବିଭିନ୍ନ ଅଂଶକୁ ବ୍ୟାପିଯାଇଥିଲା। ଅଗ୍ନିକାଣ୍ଡରେ ରେସ୍ତୋରାଁଟି ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ନିକଟରେ ଥିବା କିଛି ଗାଡ଼ି ମଧ୍ୟ ନିଆଁରେ ପୋଡ଼ି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।
