ସମ୍ଭାବ୍ୟ ବାତ୍ୟା ନେଇ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ
ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା । ଏହାକୁ ନେଇ ପ୍ରସ୍ତୁତ ରାଜ୍ୟ ସରକାର । ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାଗୁଡିକର ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଛୁଟିରେ ଥିବା ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ରହିଛି । ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ ସହ ବାତ୍ୟା ଆଶ୍ରୟସ୍ଥଳୀଗୁଡିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି ।
