ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ ମୋଦୀଙ୍କୁ ସିଜେପିର ଖୋଲା ଚିଠି
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି ସିଜେପି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି ସିଜେପି ପ୍ରତିଷ୍ଠାତା ଅଭିଜିତ୍ ଦୀପକେ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଭିତରେ ୧୧ଜଣ ପରୀକ୍ଷାର୍ଥୀ ଆତ୍ମହତ୍ୟା କରିବା ଘଟଣା ସାରା ଦେଶକୁ ଚକିତ କରିଦେଇଛି।
