‘ସୁଭଦ୍ରା’ ଟଙ୍କା ବଣ୍ଟନ, ଖୁସିରେ ହିତାଧିକାରୀ ମହିଳା
ରାଜ୍ୟର ମହିଳା ହିତାଧିକାରୀଙ୍କ ପାଇଁ ବଡ଼ ଖୁସି ଖବର । ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା। ନୟାଗଡ଼ରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ, ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ହସ୍ତାନ୍ତର କରାଯାଇଛି । ମୋଟ ୫ ହଜାର ୧୬୦ କୋଟିରୁ ଅଧିକ ଟଙ୍କା ହିତାଧିକାରୀଙ୍କୁ ଦିଆଯାଇଛି ।
