ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କ ଦେହାନ୍ତ
ରାୟଗଡ଼ା ଜିଲ୍ଲା ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କ ପରଲୋକ। ୭୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ। ଦେହ ଅସୁସ୍ଥ ଥିବାରୁ ଦୁଇ ଦିନ ହେବ ଏମ୍ସକୁ ଚିକିତ୍ସା ପାଇଁ ତାଙ୍କୁ ଅଣାଯାଇଥିଲା। ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା।
