ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆଜି ସକାଳୁ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ଯନ୍ତ୍ରୀ ସତ୍ୟ ନାରାୟଣ ସେଠୀଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ଓ ଫାର୍ମ ହାଉସ୍ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ହୋଇଛି।
