ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ, ପାସ୍ ହାର ୮୭.୩୩ %

ଭୁବନେଶ୍ୱର,୧୨/୫(ସତ୍ୟପାଠ ବ୍ୟୁରୋ): ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତ ବର୍ଷ ମୋଟ ପାସ୍ ହାର ରହିଛି ୮୭.୩୩ ପ୍ରତିଶତ ।ତେବେ ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ ରହିଛି। ଗତ ଥର ପାସ୍ ହାର ୯୨.୭୧% ଥିବାବେଳେ ଏଥର ପାସ୍ ହାର ୮୭.୩୩% ରହିଛି। ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୬% ଅଧିକ ଥିବା ଜଣାଯାଇଛି। ଚଳିତ ଥର ଛାତ୍ରୀଙ୍କ ପାସ୍‌ ହାର ୯୦.୬୮% ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୮୪.୬୭% ରହିଛି।

ତେବେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହେବ।ଛାତ୍ରଛାତ୍ରୀମାନେ ସିବିଏସ୍‌ଇ ରେଜଲ୍ଟ ଡିଜିଲକର୍‌ ଆକାଉଣ୍ଟକୁ ଆକ୍ଟିଭେଟ୍‌ କରି ନିଜ ମାର୍କସିଟ୍‌ ଡାଉନଲୋଡ୍‌ କରିପାରିବେ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୬ ଡିଜିଟ୍‌ ସିକ୍ୟୁରିଟି ପିନ୍‌ ଦେବାକୁ ପଡ଼ିବ। ବୋର୍ଡ ପକ୍ଷରୁ ‌ଅନୁବନ୍ଧିତ ସ୍କୁଲ୍‌ ଗୁଡ଼ିକୁ ଡିଜିଲକର୍‌ ସିକ୍ୟୁରିଟି ପିନ୍‌ ଶେୟାର କରାଯାଇଛି ।

ତେବେ ଡିଜିଲକର୍‌ ଆପ୍‌ ବ୍ୟତୀତ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ଅନ୍‌ଲାଇନ୍‌ରେ ଏହି ୨ ୱେବ୍‌ସାଇଟ୍‌- www.cbse.gov.in ଓ www.results.cbse.nic.in ରେ ମଧ୍ୟ ପ୍ରକାଶ ପାଇବ।

ସୂଚନାଯୋଗ୍ୟ ଯେ, ସିବିଏସଇ ଦ୍ୱାଦଶ ପରୀକ୍ଷା ପାଇଁ ଚଳିତ ବର୍ଷ ୧୯ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

Related Posts