ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ସମ୍ଭାବନା । ତେବେ ୩ ଓ ୪ ତାରିଖରେ ରାଜ୍ୟର ତାପମାତ୍ରା ହ୍ରାସ ହେବ। ଏହାସହିତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ରାୟଗଡା, ଗଜପତି ଓ କୋରାପୁଟ ଆଦି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ୪ତାରିଖରେ ଉତ୍ତର ଓଡିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି ।
