ହନୁମାନ ଜୟନ୍ତୀ ରାଲି ସମୟରେ ସମ୍ବଲପୁରରେ ଉତ୍ତେଜନା: ୪୮ ଘଣ୍ଟା ଲାଗି ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩/୪(ସତ୍ୟପାଠ ବ୍ୟୁରୋ): ହନୁମାନ ଜୟନ୍ତୀ ରାଲି ସମୟରେ ସମ୍ବଲପୁରରେ ଉତ୍ତେଜନା ଦେଖିବାକୁ ମିଳିଛି। ଗତକାଲି ସନ୍ଧ୍ୟାରେ ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ରାଲିରେ ଥିବା ଲୋକ ପୋଲିସ ଉପରକୁ ପଥର ମାଡ଼ କରିଥିଲେ। ଏହାପରେ ଉତ୍ତେଜନା କୁ ଦୃଷ୍ଟିରେ ରଖି ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ସୂଚନା ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଏହାଛଡ଼ା ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ଟୁଇଟର ଆଦିର ପୋଷ୍ଟ ଉପରେ ବି କଟକଣା ଜ‌ାରି କରାଯାଇଛି।ଆଜି ବି ସମ୍ବଲପୁରରେ ପୁଲିସ ଛାଉଣି ହୋଇଛି।

ସୂଚନାଯୋଗ୍ୟ, ଗତକାଲି ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ପଥର ମାଡ଼ ହୋଇଥିଲା। ସନ୍ଧ୍ୟା ସମୟରେ ରାଲିରେ ଥିବା ଲୋକ ଓ ପୁଲିସ ଉପରକୁ ପଥର ମାଡ଼ ହୋଇଥିଲା। ରାଲି ପାଇଁ ମୁତୟନ ଥିବା ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

Related Posts