ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି । ୧୨ଟି ରଥ ଟଣା ଦଉଡି ଆଜି ଶ୍ରୀମନ୍ଦିର କାର‌୍ୟ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତ କରିଛନ୍ତି।

ଆଜି ଏହି ଦଉଡି ଶ୍ରୀମନ୍ଦିର ପ୍ରଶାସନ କାର‌୍ୟ୍ୟାଳୟରେ ପହଞ୍ଚିଛି। ତେବେ ରଥ ଦଉଡିର ଲମ୍ବ ୨୨୦ ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ ଇଞ୍ଚ।

Related Posts