ଛତିଶଗଡରେ ଭୂକମ୍ପ ଝଟ୍‌କା ଅନୁଭୂତ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୩.୦ ରେକର୍ଡ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ); ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ରେକର୍ଡ ହୋଇଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ଅଧିକାରୀମାନେ ସୂଚନା ଦେଇଛନ୍ତି।ଭୂକମ୍ପ ଝଟ୍‌କା ଅନୁଭୂତ ହେବା ପରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଗତ ଏକ ମାସ ମଧ୍ୟରେ ତୃତୀୟ ଥର ପାଇଁ ଛତିଶଗଡ଼ର ଉତ୍ତର ଅଞ୍ଚଳର ଜିଲ୍ଲା ଗୁଡିକରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି।

Related Posts