ନବ ଦାସଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର,୩୦/୧(ସତ୍ୟପାଠ ବ୍ୟୁରୋ): ପରଲୋକରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ। ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ଦାସଙ୍କ ସରକାରୀ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କରିଛନ୍ତି। ଏହା ସହ ଘର ଭିତରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାସହିତ ରାଜ୍ୟର ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି।

ନବ ଦାସଙ୍କୁ ତାଙ୍କ ସରକାରୀ ବାସଭବନରେ ଗାର୍ଡ ଅଫ ଅନର ଦିଆଯାଇଛି। ଏହା ପରେ ତାଙ୍କୁ ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଛି । ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ। ଏହାପରେ ଝାରସୁଗୁଡ଼ା ଅଭିମୁଖେ ନିଜ ଜନ୍ମମାଟିକୁ ଅନ୍ତିମ ଯାତ୍ରାରେ ବାହାରିବେ ନବ।

Related Posts