ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଦୁଇ ବାଳିକା କ୍ରୀଡାବିତ୍‌ଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚପ୍ରଶଂସା କରିବା ସହ ସମଗ୍ର ଓଡ଼ିଶା ବାସୀଙ୍କ ପାଇଁ ଗୌରବ ଆଣିଥିବା କହିଛନ୍ତ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ, ଜୟନ୍ତୀଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ।

ସୂଚନାଯୋଗ୍ୟ ଯେ ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ ISSF ବିଶ୍ବକପ୍‌ ସୁଟିଂ ପ୍ରତିଯୋଗୀତାରେ ୫୦ ମିଟର ରାଇଫଲ ୩ ପୋଜିସନ୍‌ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି। ସେ ମଧ୍ଯ ବର୍ତ୍ତମାନ ଜାତୀୟ ସୁଟିଙ୍ଗ ଚାମ୍ପିଅନ ଭାବେ ସୁନାମ ଅର୍ଜନ କରିଛନ୍ତି।

ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ବ ପାରା ଆଥଲେଟିକ୍‌ସ ପ୍ରତିଯୋଗୀତାରେ ୩ଟି ମେଡାଲ ହାସଲ କରିଛନ୍ତି। ୪୦୦ ଓ ୧୦୦ ମିଟର ପ୍ରତିଯୋଗୀତାରେ ସେ ବ୍ରୋଞ୍ଜ ପଦକ ପାଇଥିବା ବେଳେ, ୨୦୦ ମିଟର ପ୍ରତିଯୋଗୀତାରେ ରୌପ୍ୟ ପଦକ ପାଇଛନ୍ତି।

ଉଭୟ କ୍ରୀଡାବିତ୍ ରାଜ୍ୟରେ କ୍ରୀଡା ଭିତ୍ତିଭୂମି ଓ କ୍ରୀଡାବିତ୍ ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ। ଦୁଇ ଖେଳାଳି ମୁଖ୍ୟମନ୍ତ୍ରୀଙ୍କ ସହିତ ଖୁସିରେ selfie ଉଠାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ। ଉଭୟ ମୁଖ୍ୟମନ୍ତ୍ୀ ଙ୍କ ଠାରୁ ସମ୍ବୋଧିତ ହୋଇ ଖୁସି ଜାହିର କରିଚନ୍ତି ।

Related Posts