ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ୯ଟା ୩୦ ମିନିଟ୍‌ରେ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ସହ ରାଜ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନେଇ ଚର୍ଚ୍ଚା କରିପାରନ୍ତି ।ଦିଲ୍ଲୀ ଗସ୍ତ ଅବସରରେ ସେ କିଛି କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହ ମଧ୍ୟ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି ।