ଓଡ଼ିଶା ଆଦର୍ଶ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ, ଦ୍ବାଦଶ ଓ ଜେଇଇ ମେନ୍‌ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତି ବ୍ଳକ ତଥା ଭୁବନେଶ୍ବରରେ ମଧ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ସିବିଏସ୍‌ଇ ଢାଞ୍ଚାରେ ହଷ୍ଟେଲ ସୁବିଧା ସହିତ ଛାତ୍ରୀଛାତ୍ରଙ୍କୁ ଉକ୍ତ ସ୍କୁଲରେ ପାଠ ପଢାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃତୀ ଛାତ୍ରୀଛାତ୍ରଙ୍କ ଅନୁଭୂତି ସମ୍ପର୍କରେ ପଚାରି ବୁଝିଥିଲେ। ଏପରି କି ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଆଦର୍ଶ ବିଦ୍ୟାଳୟରେ କିପରି ଆହୁରି ଉନ୍ନତ ଶିକ୍ଷାଦାନ କରାଯାଇପାରିବ ସେ ସମ୍ପର୍କରେ ଛାତ୍ରୀଛାତ୍ରଙ୍କ ମତାମତ ଲୋଡିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବିଭାଗୀୟ ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ବରିଷ୍ଠ ଅଧିକାରୀ ଏବଂ ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଉପସ୍ଥିତ ଥିଲେ ।

Related Posts