ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘ ୩୦ ମିନିଟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଚି ।

ସେପଟେ ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି “କରୋନା ପାଇଁ ପ୍ରଧାନ ମନ୍ତ୍ରୀଙ୍କ ସହିତ ଭେଟ ହୋଇ ପାରିନଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି”।

ସୂଚନା ଥାଉକି ମୁଖ୍ୟମନ୍ତ୍ରୀ ନବୀନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ଯ ଭେଟିଛନ୍ତି । ରାଜ୍ଯର ବିଭିନ୍ନ ପ୍ରସଙ୍ଗକୁ ନେଇ ଅମିତ ଶାହଙ୍କ ସହିତ ଆଲୋଚନା କରିଛନ୍ତି।

Related Posts