ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆଜିଠାରୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲ୍‌ରେ ସେ ରାଷ୍ଟ୍ରପତି ପଦପାଇଁ ଶପଥ ଗ୍ରହଣ କରିବେ ।ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଏହି ଉତ୍ସବରେ ଯୋଗଦେବାକୁ ଆଜିଠାରୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଗସ୍ତ ଅବସରରେ ସେ ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ସହ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ମଧ୍ୟ ବିଭିନ୍ନ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦ୍ରୌପଦୀଙ୍କ ସହ ଫୋନ୍‌ରେ କଥା ହୋଇ ନବୀନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଏହି ସଫଳତାରେ ରାଜ୍ୟବାସୀ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି ।

Related Posts