ନଭେମ୍ୱର ୪ରେ ଦୁଇଦିନିଆ କୋଲକାତା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ନଭେମ୍ୱର ୪ତାରିଖରେ ଦୁଇଦିନିଆ କୋଲକାତା ଗସ୍ତରେ ଯିବେ । ଗସ୍ତ ସମୟରେ ନବୀନ ୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ୍‌ ପରିଷଦ ବୈଠକରେ ଯୋଗ ଦେବେ । ଏହା ସହ ଏହି ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି ।

ଆସନ୍ତା ନଭେମ୍ୱର ୫ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ କୋଲକାତାସ୍ଥିତ ରାଜ୍ୟ ସଚିବାଳୟ (ନବାନ୍ନା) ରେ ପୂର୍ବାଞ୍ଚଳ ଜୋନାଲ୍‌ ପରିଷଦ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଯୋଗଦେବେ । ତେବେ ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗଦେବାକୁ ଥିଲେ ମଧ୍ୟ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇନଥିବା ଜଣାପଡ଼ିଛି ।

Related Posts