ମିଶନ ଶକ୍ତି ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କମିବ ସୁଧ ହାର

ଭୁବନେଶ୍ୱର,୦୯/୦୧(ସତ୍ୟପାଠ ବ୍ୟୁରୋ): ମିଶନ ଶକ୍ତି ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କମିବ ସୁଧ ହାର । ମିସନ ଶକ୍ତି ଭବନ ଯାଜପୁରରେ ଲୋକାର୍ପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲ୍ଲାରୁ ମିଶନ ଶକ୍ତିର ମା ମାନେ ଯୋଗ ଦେଇଥିଲେ । ମିସନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଲୋକାର୍ପଣ କରିଥିଲେ । ଏହି ଅବସରରେ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସଏଚଜିଙ୍କୁ ଋଣର ସୁଧ ଫେରସ୍ତ କରାଯାଇଛି। ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗୃପକୁ ଚେକ୍ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ କନ୍‌ଭେନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି ମିସନ ଶକ୍ତିର ମା ମାନେ । ମା ମାନଙ୍କର ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମହିଳା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢକ୍ତି ବାଢିଥିଲେ । ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟୁମନ୍ତ୍ରୀ କହିଥିଲେ।

Related Posts