କେନ୍ଦୁଝରରେ ଶିଶୁ ମୃତ୍ୟୁ ମାମଲା: ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦୁଝରରେ ଶିଶୁ ମୃତ୍ୟୁ ମାମଲାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ । ଏନେଇ ସେ ତଦନ୍ତ ନିର୍ଦ୍ଦେଶ ଦେଇଥିବା କହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଶିଶୁମାନଙ୍କର ଓଜନ କମ ଥିବାରୁ ମୃତ୍ୟୁ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ତେବେ ଏନେଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି।

Related Posts