ହସ୍ପିଟାଲରୁ ଡିସଚାର୍ଜ ପରେ ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଗିରଫ ହେଲେ ଚିଲ୍ଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ଗିରଫ କରିଛି ପୁଲିସ୍। ଏନେଇ ସୂଚନା ଦେଲେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର କୋର୍ଟରେ ହାଜର କରାଯିବ। ତେବେ । ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ।

ଏହି ଦୁର୍ଘଟଣାରେ ଅନେକ ପୁଲିସ କର୍ମୀ ଏବଂ ଦଳୀୟ କର୍ମୀମାନେ ଆହତ ହୋଇଥିଲେ । ଏହା ପରେ ସ୍ଥାନୀୟ ଅଞ୍ଚଳରେ ମୁହାଁମୁହଁ ପରିସ୍ଥିତି ଉପୁଜିଥିଲା । ପ୍ରଶାନ୍ତଙ୍କ ଏପରି କାର୍ଯ୍ୟରେ ସାଧାରଣ ଲୋକେ ଆକ୍ରଶ ହୋଇ ତାଙ୍କୁ ନିସ୍ତୁତ ମାଡ ମାରିଥିଲେ । ଏବଂ ପରେ ପ୍ରଶାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ। ଘଟଣାରେ ୨୩ ଜଣ ଆହତ ହୋଇଥିଲେ।

ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଥିଲା । ବିଜେଡି, ବିଜେପି ଏବଂ କଂଗ୍ରେସ ଏହି ଘଟଣାକୁ ଘୋର ନିନ୍ଦା କରିଥିଲେ । ଆଇନ ଅନୁସାରେ କାର‌୍ୟ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି । ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଥିଲା। ଖବର ଅନୁଯାୟୀ, ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା।

Related Posts