ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ

 

ଭୁବନେଶ୍ୱର,୩୧/୩(ସତ୍ୟପାଠ ବ୍ୟୁରୋ): ବିଜେଡିରେ ମିଶିଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସରୁ ଇସ୍ତଫା ଦେବାପରେ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା ଏବଂ ସବୁ ଚର୍ଚ୍ଚାର ଅନ୍ତ ଘଟାଇ ସେ ଆଜି ବଜେଡିରେ ମିଶିଛନ୍ତି ।

ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପୁଅ । ୨୦୦୪ ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜିବୀ । ସେ ବିଧାନସଭାରେ ବିରୋଧୀ ଦଳ ଉପନେତା ମଧ୍ୟ ଥିଲେ ଚିରଞ୍ଜୀବ ।

Related Posts