ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ : ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସେପଟେ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି। ପରିଷଦର କାର୍ୟ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବା ବେଳେ କଳା ଓ ଧନ୍ଦାମୂଳକ ରେଜଲ୍ଟ ନେଇ ମଧ୍ୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ସେପଟେ ଆଜି ପ୍ରକାଶ ପାଇଥିବା ପରୀକ୍ଷା ଫଳରେ ବିଜ୍ଞାନରେ ପାସହାର ୯୪.୧୨ ପ୍ରତିଶତ ଥିବାବେଳେ, ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ ସ୍କୁଲରେ ପାସହାର ଶତ ପ୍ରତିଶତ ରହିଛି ।

Related Posts