ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ବୁଧବାର ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ।

ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା।

ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ କିଛି ଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।

Related Posts