ବିଗିଡିଲା କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା

ମୁମ୍ବାଇ : ଜଣାଶୁଣା କମେଡିଆନ୍ ରାଜୁ ଶ୍ରୀବାସ୍ତବ ସ୍ବାସ୍ଥ୍ୟାବସ୍ଥା ଏବେ ଗୁରୁତର ରହିଛି । ଅଚାନକ ତାଙ୍କର ସ୍ୱାସ୍ଥ୍ୟ ବିଗିଡିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ବର୍ତ୍ତମାନ ତାଙ୍କ ସ୍ଵାସ୍ଥ୍ୟବସ୍ଥା ଭଲ ନାହିଁ। ତାଙ୍କ ପାଇଁ ପ୍ରାର୍ଥନା ଆବଶ୍ୟକ ଜରୁରୀ । ସୂଚନା ଥାଉକି, ସେ ହୃଦଘାତର ଶିକାର ହୋଇଥିଲେ । ତାଙ୍କ ଭାଇ ଓ ରାଜୁଙ୍କ ପିଆରଓ ଏନେଇ ସ୍ପଷ୍ଟ କରିଛନ୍ତି।

ରାଜୁ ଶ୍ରୀବାସ୍ତବ ହୋଟେଲରେ ଜିମ୍ ଓ୍ୱାର୍କଆଉଟ କରୁଥିଲେ। ଏପରିକି ଟ୍ରେଡମିଲରେ ବ୍ୟାୟାମ କରୁଥିଲେ । ସେହି ସମୟରେ ତାଙ୍କୁ ହାର୍ଟଆଟାକ ହୋଇଥିଲା । ଫଳରେ ସେ ତଳେ ଗଳିପଡିଥିଲେ । ଏହା ପରେ ରାଜୁଙ୍କୁ ସଂଗେ ସଂଗେ ହସ୍ପିଟାଲକୁ ନିଆଯାଇଥିଲା । ପରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି ହୋଇଥିଲା। ଡାକ୍ତରଙ୍କ ଏକ ଟିମ୍ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି। ସୂତ୍ରରୁ ପ୍ରକାଶ ଯେ ରାଜୁଙ୍କ ଅବସ୍ଥା ଗୁରୁତର ରହିଛି। ଅସୁସ୍ଥତା ଖବର ଆସିବା ପରଠାରୁ ତାଙ୍କ ପ୍ରଶଂସକଙ୍କ କୋଟି କୋଟି ନିରାଶାରେ ଅଛନ୍ତି ଏବଂ ସମସ୍ତେ ତାଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛନ୍ତି।

ଦି ଗ୍ରେଟ୍ ଇଣ୍ଡିଆନ୍ ଲାଫ୍ଟର ଚ୍ୟାଲେଞ୍ଜ, କମେଡି ସର୍କସ୍, ଦି କପିଲ ଶର୍ମା ଶୋ, ଶକ୍ତିମାନ, ରାଜୁ ଶ୍ରୀବାସ୍ତବ ଭଳି ଟିଭି ଶୋ ବ୍ୟତୀତ ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଛନ୍ତି। ୫୮ ବର୍ଷର ରାଜୁ ଶ୍ରୀବାସ୍ତବ ମଧ୍ୟ ଭାରତୀୟ ଜନତା ଦଳର ଜଣେ ନେତା। ବିଜେପିରେ ଯୋଗଦେବା ପୂର୍ବରୁ ସେ ସମାଜବାଦୀ ପାର୍ଟିରେ ମଧ୍ୟ ରହିଥିଲେ।

Related Posts