କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ; ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି। ଅକ୍ଟୋବର ୧୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ଓ ୧୯ ତାରିଖରେ ଫଳାଫଳ ଘୋଷଣା କରାଯିବ। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଆସନ୍ତା ୨୪ରୁ ୩୦ ମଧ୍ୟରେ ଆଗ୍ରହୀ ପ୍ରାର୍ଥୀ ସେମାନଙ୍କ ନାମାଙ୍କ ପତ୍ର ଦାଖଲ କରିପାରିବେ । ଏହା ସହିତ ଅକ୍ଟୋବର ୮ ତାରିଖ ମଧ୍ୟରେ ପ୍ରାର୍ଥୀ ମାନେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ।

ଏହି ନିର୍ବାଚନ ଶେଷ ହେବାପରେ ନୂଆ ଅଧ୍ୟକ୍ଷ କେତେକ ରାଜ୍ୟରେ ପ୍ରଦେଶ କଂଗ୍ରେସ ସଭାପତିମାନଙ୍କୁ ନିଯୁକ୍ତ କରିବେ। ନୂଆ ସଭାପତିଙ୍କୁ ଏଥିପାଇଁ କ୍ଷମତା ପ୍ରଦାନ ଲାଗି ପିସିସି ସ୍ତରରେ ସର୍ବସମ୍ମତିରେ ପ୍ରସ୍ତାବ ପାରିତ ହେବ। ଏନେଇ ଖୁବ୍ ଶୀଘ୍ର ପ୍ରଦେଶ ରିଟର୍ଣିଂ ଅଧିକାରୀମାନେ ବୈଠକ କରିବେ ବୋଲି ସୂଚନା ମିଳିଛି । ତେବେ ଏଥର କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଦୌଡ଼ରେ ଅଶୋକ ଗେହଲଟ ଓ ଶଶି ଥରୁର ଥିବା ଚର୍ଚ୍ଚା ହେଉଛି । ଅନ୍ୟପଟେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଲାଗି ନାମାଙ୍କନ ଭରିବା ଦାବି ଜଣାଇ ବିଭିନ୍ନ ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରସ୍ତାବ ପାରିତ ହୋଇଛି। ହେଲେ ଏନେଇ ସେ ରାଜିନଥିବା କୁହାଯାଉଛି । ଏଭଳି ସ୍ଥଳେ ଆଗକୁ କଂଗ୍ରେସ ରାଜନୀତି କେଉଁ ମୋଡ ନେଉଛି ଓ କିଏ ସଭାପତି ପଦ ନିର୍ବାଚନ ପାଇଁ ନାମାଙ୍କନ ଭରୁଛନ୍ତି ତା ଉପରେ ସମସ୍ତଙ୍କ ନଜର ରହିଛି।

Related Posts