ପାର୍ଥ ଚାଟାର୍ଜୀଙ୍କୁ ବହିସ୍କାର କରିବା ପାଇଁ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ କଂଗ୍ରେସ ସଂସଦ ଅଧୀର ରଞ୍ଜନ ଚୌଧୁରୀ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ ପାର୍ଥ ଚାଟାର୍ଜୀଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଅନ୍ୟପକ୍ଷେ, ପାର୍ଥ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଅଗଷ୍ଟ ୩ ଯାଏ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହେପାଜତରେ ରହିବେ ବୋଲି କୋର୍ଟ ରାୟ ଶୁଣାଇଛନ୍ତି।

ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିଲା। ଏପରିକି ପାର୍ଥଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୦ କୋଟି ଟଙ୍କା ଜବତ କରିଥିଲା। ପରେ ଉଭୟଙ୍କୁ ଶନିବାର ଗିରଫ ପରେ ପାର୍ଥଙ୍କୁ ଏକ ସ୍ଥାନୀୟ କୋର୍ଟରେ ହାଜର କରି ଇଡି ରିମାଣ୍ଡ ଆବେଦନ କରିଥିଲା ଓ ତାଙ୍କୁ ରିମାଣ୍ଡରେ ନେଇଥିଲା।

Related Posts