କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର : କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍‌ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ । ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ORHDC) ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ।

ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏଏସ୍‌ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ସେମାନଙ୍କୁ ଜେଲ୍‌ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି କୋର୍ଟ।

ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍‌ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି ।

Related Posts