ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି; ଅଶୋକ ଗେହଲୋଟଙ୍କୁ ଗୁଜୁରାଟର ଓ ଭୁପେଶ ବାଗେଲଙ୍କୁ ମିଳିଲା ହିମାଚଳ ପ୍ରଦେଶର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତା ଗୁଜୁରାଟ ଏବଂ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । ଏହା ମଧ୍ୟରେ କଂଗ୍ରେସ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ତେବେ କଂଗ୍ରେସ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଗୁଜୁରାଟର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି। ଏଥି ସହ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଭେଟେରାନ କଂଗ୍ରେସ ନେତା ସଚିନ ପାଇଲଟଙ୍କୁ ପର୍ଯ୍ୟବେକ୍ଷକ କରାଯାଇଛି।ଏ ସମ୍ପର୍କରେ କେସି ଭେନୁଗୋପାଲ ଦଳ ପକ୍ଷରୁ ଏକ ବିବୃତ୍ତି ଜାରି କରିଛନ୍ତି। ଯେଉଁଥିରେ କୁହାଯାଇଛି ଯେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କୁ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।

ଏହା ସହିତ ଗୁଜରାଟ ନିର୍ବାଚନ ପାଇଁ ଟିଏସ ସିଂ ଦେଓ ଏବଂ ମିଲିନ୍ଦ ଦେଓରାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ସଚିନ ପାଇଲଟ ଏବଂ ପ୍ରତାପ ସିଂ ବାଜୱା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ​​ପର୍ଯ୍ୟବେକ୍ଷକ ହେବେ। ସେପଟେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଗେହଲଟଙ୍କୁ ଗୁଜୁରାଟ ନିର୍ବାଚନ ଏବଂ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ବାଗେଲଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛନ୍ତି। ବାସ୍ତବରେ ଚଳିତ ବର୍ଷ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। କଂଗ୍ରେସ ଉଭୟ ରାଜ୍ୟରେ ବିଜେପିରୁ କ୍ଷମତା ହାସଲ କରିବାକୁ ଚାହୁଁଛି। ଯେଉଁଥି ପାଇଁ ଦଳ ବର୍ତ୍ତମାନ ଠାରୁ ପ୍ରସ୍ତୁତି ଆରମ୍ଭ କରିସାରିଛି।

Related Posts