ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ପେଟ୍ରୋଲ, ଡିଜେଲ ଏବଂ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦାମ । ଯାହାକି ସିଧାସଳଖ ପକାଉଛି ଗରିବ ଓ ନିମ୍ନ ମଧ୍ୟବିତ୍ତଙ୍କ ପରିବାର ଉପରେ । ଦରଦାମ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ କରାଯାଇଛି ବିକ୍ଷୋଭ ପ୍ରଦର୍ଶନ । ଉଭୟ ସରକାରଙ୍କ ବିରୋଧରେ ନାରାବାଜି ଦେବା ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ ଭବନରୁ ଏକ ବିଶାଳ ଶୋଭାଯାତ୍ରାରେ କର୍ମୀମାନେ ବାହାରି ମାଷ୍ଟର କ୍ୟାଣ୍ଟିନ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ନାରାବାଜି ଦିଆଯିବା ସହ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟର ପୋଡ଼ିଛନ୍ତି କଂଗ୍ରେସ କର୍ମୀ ।

Related Posts