ବଢ଼ୁଛି ସଂକ୍ରମଣ: ୨୪ ଘଣ୍ଟାରେ ଦେଶରୁ ୧୯୬୭୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ :ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୋଳି ଖେଳୁଛି । କେତେବେଳେ ବଢ଼ୁଛି ତ ଆଉ କେତେ ବେଳେ କମୁଛି । ଦେଶରେ ଏବେ କିଛି ଦିନ ହେଲା ସଂକ୍ରମଣ ୨୦ ହଜାରେ ଉପରେ ରହୁଛି। ତା ସାଙ୍ଗକୁ ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୬୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୪୩୬୭୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୩ ଲକ୍ଷ ୪୯ ହଜାର ୭୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୩୫୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Posts