ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା, ପୁଣି ହଜାରେ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ରାଜ୍ୟରେ କରୋନ ସଂକ୍ରମଣ କେତେବେଳେ ବଢୁଛି ତ ପୁଣି କେତେବେଳେ କମୁଛି।  ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦୭୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ୧୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନ୍ୟ ପକ୍ଷରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗିରରୁ ୪, ବୌଦ୍ଧରୁ୧, କଟକରୁ ୧୪୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୭୨, ମାଲକାନଗିରିିରୁ ୫,  ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୬, ନୂଆପଡ଼ାରୁ ୫, ପୁରୀରୁ ୪୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟ୍‌ ପୁଲ୍‌ରୁ ୮୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୦,୦୭୫ରେ ପହଞ୍ଚିଛି। 

ତେବେ ୬୫ ଜଣ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ , ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ ଜଣ , ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଏବଂ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୦ ହଜାର ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆକ୍ଟିଭ୍‌ କେସ୍‌ ୧୦,୬୮୨ ଥିବାବେଳେ ୯,୭୨,୭୧୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୭୫୨୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Related Posts