(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ହି ୬୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୮ ଓ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଅଛନ୍ତି। ଏହାଛଡ଼ା କନ୍ଧମାଳ ଜିଲ୍ଲାରୁ ୪ ଜଣ, ଯାଜପୁର, ମୟୁରଭଞ୍ଜ, ପୁରୀ, ନୟାଗଡ଼ ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଅପରପକ୍ଷରେ ଅନୁଗୁଳ, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିପରି, ବଲାଙ୍ଗୀର, ସମ୍ବଲପୁର, ଜଗତସିଂହପୁର, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୮,୯୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୧, ୩୯୧ ଜଣ ସୁସ୍ଥ ହୋଇଛନ୍ତି।