ନୂଆଦିଲ୍ଲୀ : ଦେଶରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦେଶରେ ଧିରେ ଧିରେ କରୋନା ଗ୍ରଫ୍ ବଢ଼ିବାକୁ ଲାଗୁଛି । ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୭୯ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୯୦୯୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୩୬ ହଜାର ୨୫୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୮୪୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ତେବେ ଦେଶରେ କରୋନା ସଂକ୍ରମଣ ହାର ବଢ଼ୁଥିବା ବେଳେ, ଚର୍ତୁଥ ଲହର ଆସିବ ବୋଲି ଆଶଂକା ପ୍ରକାଶ ପାଇଛି ।
