ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ କରୋନା ଗ୍ରାଫ୍ | ବଢ଼ିଲା କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | କିଛି ଦିନର ବ୍ୟବଧାନ ପରେ ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ଏବେ ପୁଣି ୧୦ ହାଜର ଅତିକ୍ରମ କରିଛି ସଂକ୍ରମଣ ହାର |
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୨୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୫୮୨୧୫ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୭୪ ହଜାର ୭୧୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୮୦୩ଜଣ କରୋନାରେ ପ୍ରାଣ ହରାଇଛନ୍ତି ।
