ଦେଶରେ ଉପର ମୁହାଁ କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୧୭୩୩୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଉପର ମୁହାଁ କରୋନାର ଦୈନିକ ସଂକ୍ରମିତ ଙ୍କ ସଂଖ୍ୟା । ପୁଣି ରେକର୍ଡ ସ୍ଥରରେ କରୋନା । ଏବେ ପୁଣି କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟାରେ ବି ଘଟିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୩୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୮୮୨୮୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୪୯ ହଜାର ୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୯୫୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Posts