ନୂଆଦିଲ୍ଲୀ : ଦେଶରେ ପୁଣି ବଢ଼ୁଛି କରୋନାର ଦୈନିକ ସଂକ୍ରମଣ ହାର। ଏବେ ଉପର ମୁହାଁ କରୋନା ଗ୍ରାଫ୍। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୨୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୬୮୧୦୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୯୦ ହଜାର ୮୪୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୮୪୦ଜଣ କରୋନାରେ ପ୍ରାଣ ହରାଇଛନ୍ତି ।