
ନୂଆଦିଲ୍ଲୀ: ଦେଶରେ ବଢୁଛି କମୁଛି କରୋନାର ଦୈନିକ ସଂକ୍ରମଣ | କରୋନା ଗ୍ରାଫ୍ ଉପର ତଳ ହେଉଥିବା ବେଳେ, କରୋନା ର ଚର୍ତୁର୍ଥ ଲହର ଆସିବା ନେଇ ଆଶଙ୍କା ଦେଖା ଦେଇଛି | କିଛି ଦିନ ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୮୫ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୯୧୩୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୪୧ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୮୮୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।