ଦେଶରେ ଏବେ ଖସିବାକୁ ଲାଗୁଛି କରୋନାର ଦୈନିକ ସଂକ୍ରମଣ | ସଂକ୍ରମଣ ହାର ଏବେ ନିୟନ୍ତ୍ରଣକୁ ଆସିବାକୁ ଲାଗୁଛି | ଦିନ କେଇଟାରେ ୩ ଲକ୍ଷ ପାର୍ କରିଥିଲା ସଂକ୍ରମଣ ମାମଲା ଏବେ ୪ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର 3,993 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ହ୍ରାସ ପାଇଛି । ଦେଶରେ ଦିନକରେ ଆଉ 108 ଆକ୍ରାନ୍ତ ଆଖି ବୁଜିଛନ୍ତି ।

ଆଜିର ନୂତନ ସଂକ୍ରମଣକୁ ମିଶାଇ ଭାରତରେ ମୋଟ 49,948ଟି ସକ୍ରିୟ ମାମଲା ରହିଛି । ଏଯାବତ୍ ଦେଶରେ ମୋଟ 4,24,06,150 ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସେହିପରି ମୋଟ 5,15,210 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ରହିଛି । ଦେଶବ୍ୟାପୀ ଏଯାବତ୍ 1,79,13,41,295 କୋଟି ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧,୩୪,୪୬୩ କୋଟି ଡୋଜ୍ ନେଇଛନ୍ତି ଲୋକେ |

ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୧୧୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୬ ଜଣ ରହିଛନ୍ତି ।