ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୩୫ କରୋନା ଆକ୍ରାନ୍ତ

corona

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ସାରା ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି ଆୟତ୍ୱ ହେବାରେ ଲାଗିଛି । ଇତିମଧ୍ୟରେ ସାରା ରାଜ୍ୟରୁ ୧୦୩୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୮୭ ହଜାର ୩୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଅପରିପକ୍ଷେ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୯୧ ଜଣ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୨୩୨୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି ।

Related Posts