ଦେଶରେ କମୁଛି କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟା ମଧ୍ୟରେ ୧,୭୭୮ ନୂଆ ସଂକ୍ରମିତ ଚିହ୍ନଟ ଓ ୬୨ ମୃତ୍ୟୁ

ଦେଶରେ ତଳମୁହା କରୋନର ଦୈନିକ ସଂକ୍ରମିତ ଙ୍କ ସଂଖ୍ୟା । କରୋନା ଭାଇରସ୍‌ ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଏବେ ସଂକ୍ରମଣ ୨ ହଜାରରୁ କିଛି କମ୍‌ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୭୮ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୨,୭୪୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୦୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୪୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୩,୦୫୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩୦୮୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୮୯,୧୫,୨୩୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୪୨,୯୦,୮୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୭୭,୨୧୮ଟି ନମୁନା ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Posts