ରାଜ୍ୟରେ ଖସୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ ଚିହ୍ନଟ

ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିଛି | ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଜି ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେହିପରି ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୩୨, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୬ ଜଣ, ସମ୍ୱଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଅନ୍ୟପଟେ ଆଜି ଦେଶରୁ ୨୪ ଘଣ୍ଟା ମଧ୍ୟରେ ୨,୫୩୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି।

Related Posts